Masthead

ନାମାଙ୍କନ ଦାଖଲ କଲେ ଅମିତ ଶାହ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ନାମାଙ୍କନ ଦାଖଲ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଗୁଜରାଟ ଗାନ୍ଧୀନଗର ଆସନ ପାଇଁ ନାମାଙ୍କନ ଭରିଲେ । ନାମାଙ୍କନ ବେଳେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ଥିଲେ । ୨୦୧୯ ଲୋକସଭା ନିର୍ବାଚନରେ ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗର ଆସନରୁ ୮ ଲକ୍ଷ ୯୦ ହଜାରରୁ ଅଧିକ ଭୋଟ ପାଇଥିଲେ । ୨୦୧୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ରହିଥିଲେ ସିଜେ ଚାୱଡା । ସେ ପାଖାପାଖି ୩ ଲକ୍ଷ ଭୋଟ ପାଇଥିଲେ ।

ଆଉ ଅମିତ ଶାହ ୫ ଲକ୍ଷ ୫୦- ହଜାର ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ । ଗୁଜରାଟ ଲୋକସଭାର ସମସ୍ତ ୨୬ ସିଟରେ ଗୋଟିଏ ଦିନରେ ମତଦାନ ହେବ । ଚଳିତ ଥର ଅମିତ ଶାହଙ୍କ ବିପକ୍ଷରେ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି ସୋନଲ ପଟେଲ । ଗାନ୍ଧୀ ନଗର ସବୁବେଳେ ବିଜେପିର ଗଡ ହୋଇ ରହି ଆସିଛି । ୧୯୮୯ ମସିହାରୁ ବିଜେପି ଏଠାରେ ଜିତି ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ