ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ସୂଚନା ମିଳିଛି । ଓଡ଼ିଶା ଗସ୍ତରେ ଆସି ଶାହ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବାର ସମ୍ଭାବନା ରହିଛି । ଅନ୍ୟପଟେ ତାଙ୍କର ଗସ୍ତ ସମ୍ପର୍କରେ ସରକାରୀ ଭାବେ ବିସ୍ତୃତ ସୂଚନା ମିଳିନାହିଁ । ଆସନ୍ତା କାଲି ରାତି ୧୦ରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ । ମେଫେୟାରରେ ରାତ୍ରିଯାପନ କରିବେ ।

ଶନିବାର ଦିନ ୧୧ଟା ରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ୧୨ରୁ ସାଢ଼େ ୧୨ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକ କରିବେ । ସାଢେ ୧୨ରୁ ଦଳୀୟ ବୈଠକ ମେ ଫେୟାର ହୋଟେଲରେ ହେବ । ୧:୨୦ରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବେ । ୨ଟା ରୁ ୫ଟା ଯାଏଁ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ବୈଠକ କରିବେ । ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲଞ୍ଜରେ ବି ବୈଠକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!