Masthead

ନବୀନ ସରକାର ଖାଲି ଅଖାର ସରକାର: ଅମିତ ଶାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଅମିତ ଶାହଙ୍କ ଗର୍ଜନ । ଆସ ଆସୁ ବିଜେଡି ସରକାର ଉପରେ ବର୍ଷିଲେ । କହିଛନ୍ତି ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତ । ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି । ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ ବୋଲି କହିଲେ ଶାହ । ସେ ଆହୁରି ମଧ୍ୟ କହିଛନ୍ତି କଥା ଦେଉଛି ବିଜେପି ସରକାରରେ ଓଡ଼ିଶା ପାଇଁ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ । ନବୀନ ସରକାର, ଖାଲି ଅଖାର ସରକାର । ମୋଦି ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି ।

ଖାଲି ଅଖାରେ ପେଟ ପୁରେନି, ଯଦି ଦେବା କଥା ଚାଉଳ ଦିଅନ୍ତୁ । ରତ୍ନଭଣ୍ଡାର ଚାବି ହଜିଲାଣି, ନକଲି ଚାବି ବାହାରିଲାଣି । ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ହିସାବ ଖୁଲାସା ହେବ । ରତ୍ନ ଭଣ୍ଡାର ରିପୋର୍ଟକୁ ବିଜେପି ଆସିଲେ ସାର୍ବଜନୀନ କରିବ । ଆଦିବାସୀଙ୍କ ଜମି ବିକ୍ରି କରିବାର କାମ ଏଠି ଚାଲିଛି । ପେସା ଆଇନ ମଧ୍ୟପ୍ରଦେଶରେ ଲାଗୁ ହୋଇଛି, ଏଠି ବି ଲାଗୁ କରିବୁ ବୋଳି କହିଛନ୍ତି ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ