Masthead

ନବୀନ ସରକାର ଖାଲି ଅଖାର ସରକାର: ଅମିତ ଶାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଅମିତ ଶାହଙ୍କ ଗର୍ଜନ । ଆସ ଆସୁ ବିଜେଡି ସରକାର ଉପରେ ବର୍ଷିଲେ । କହିଛନ୍ତି ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତ । ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି । ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ ବୋଲି କହିଲେ ଶାହ । ସେ ଆହୁରି ମଧ୍ୟ କହିଛନ୍ତି କଥା ଦେଉଛି ବିଜେପି ସରକାରରେ ଓଡ଼ିଶା ପାଇଁ ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଦେବୁ । ନବୀନ ସରକାର, ଖାଲି ଅଖାର ସରକାର । ମୋଦି ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି ।

ଖାଲି ଅଖାରେ ପେଟ ପୁରେନି, ଯଦି ଦେବା କଥା ଚାଉଳ ଦିଅନ୍ତୁ । ରତ୍ନଭଣ୍ଡାର ଚାବି ହଜିଲାଣି, ନକଲି ଚାବି ବାହାରିଲାଣି । ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ହିସାବ ଖୁଲାସା ହେବ । ରତ୍ନ ଭଣ୍ଡାର ରିପୋର୍ଟକୁ ବିଜେପି ଆସିଲେ ସାର୍ବଜନୀନ କରିବ । ଆଦିବାସୀଙ୍କ ଜମି ବିକ୍ରି କରିବାର କାମ ଏଠି ଚାଲିଛି । ପେସା ଆଇନ ମଧ୍ୟପ୍ରଦେଶରେ ଲାଗୁ ହୋଇଛି, ଏଠି ବି ଲାଗୁ କରିବୁ ବୋଳି କହିଛନ୍ତି ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’