ନବୀନ ବାବୁଙ୍କ ବାବୁଭାୟା ୭ ଲକ୍ଷ କୋଟି ଖାଇଗଲ: ଅମିତ ଶାହ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ଚାନ୍ଦବାଲି ସଭାରୁ ଗର୍ଜିଲେ ଅମିତ ଶାହ । କହିଛନ୍ତି ନବୀନ ବାବୁଙ୍କୁ ପଚାରୁଛି, ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା । ଡୁପ୍ଲିକେଟ ଚାବି ହୋଇଛି କି ନାହିଁ ନବୀନ ବାବୁଙ୍କୁ ପଚାରୁଛି । ଯାଞ୍ଚ ରିପୋର୍ଟ କାହିଁକି ଚାପିଛନ୍ତି, ବିଜେଡି କାହାକୁ ବଞ୍ଚାଇବାକୁ ଚାହୁଁଛି । ବିଜେପି ସରକାର ଆସିଲେ ମାସକରେ ଯାଞ୍ଚ ରିପୋର୍ଟ ସାର୍ବଜନୀନ ହେବ । ବିଜେପିକୁ ଭୋଟ ଦିଅନ୍ତୁ, ସମୃଦ୍ଧ ଓଡ଼ିଶା ବନାଇବୁ । ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବୁ, ଯୁବବର୍ଗଙ୍କୁ ଏଇଠି ଚାକିରି ମିଳିବ । ତାମିଲ ବାବୁ ଓଡ଼ିଆ ଲୋକଙ୍କୁ ରାମ ଉତ୍ସବରୁ ବାରଣ କଲେ । ପ୍ରଭୁ ଜଗନ୍ନାଥଙ୍କ ସମ୍ମାନ ସହ ଖେଳକୁ ବରଦାସ୍ତ କରିବା ଉଚିତ କି?

ଜଗନ୍ନାଥ ପରମ୍ପରା ଅନୁସାରେ ଜଗନ୍ନାଥ ମନ୍ଦିର ଚାଲିବା ଉଚିତ କି ନାହିଁ । ଓଡ଼ିଶା ଦେଶର ଅନ୍ୟତମ ସମୃଦ୍ଧ ପ୍ରଦେଶ । ଖଣିଜ ସଂପଦରେ ଭରପୂର, ପାଣିରେ ଭର୍ତ୍ତି । କିନ୍ତୁ ନବୀନ ବାବୁଙ୍କ ପାଇଁ ଓଡ଼ିଶା ଲୋକ ଗରିବ । ଓଡ଼ିଶାର ଯୁବବର୍ଗ ପେଟ ପୋଷିବାକୁ ବାହାରକୁ ଯାଉଛନ୍ତି । ଓଡ଼ିଶାର ବିକାଶ ପାଇଁ ମୋଦି ୭ ଲକ୍ଷ କୋଟି ଦେଇଛନ୍ତି । ନବୀନ ବାବୁଙ୍କ ବାବୁଭାୟା ୭ ଲକ୍ଷ କୋଟି ଖାଇଗଲେ । ନବୀନ ବାବୁ ଓଡ଼ିଶା ଉପରେ ଏକ ତାମିଲ ମୁଖ୍ୟମନ୍ତ୍ରୀ ଥାପିବାକୁ ବସିଛନ୍ତି । ଓଡ଼ିଆ ଲୋକ ଆପଣଙ୍କୁ ସହିଗଲେ, ଏ ତାମିଲ ବାବୁକୁ ସହିବେନି । ଓଡ଼ିଶା ଲୋକ ଏଥର ନିଜ ମାଟିର ସନ୍ତାନକୁ ମୁଖ୍ୟମନ୍ତ୍ରୀ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’