Masthead

ପୁଣି ଓଡ଼ିଶା ଆସିବେ ରାଜନାଥ ସିଂ ଓ ଅମିତ ଶାହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଆସିବେ ରାଜନାଥ ସିଂ ଓ ଅମିତ ଶାହ । ଆସନ୍ତାକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାକୁ ଥିବା ବେଳେ ୨୧ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ଆସନ୍ତାକାଲି ଓଡ଼ିଶାର ୩ଟି ଜାଗାରେ ସଭା କରିବେ ରାଜନାଥ ସିଂ । ପ୍ରଥମେ ରେଢ଼ାଖୋଲରେ ସଭା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ । ରେଢ଼ାଖୋଲ ପରେ ପାଟଣା ଏବଂ ଖୋର୍ଦ୍ଧାରେ ରାଜନାଥଙ୍କ ସଭାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଆସନ୍ତା ୨୧ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶାରେ ୪ଟି ନିର୍ବାଚନୀ ସଭାରେ ଯୋଗ ଦେବେ । ପ୍ରଥମେ ସମ୍ବଲପୁରରେ ନିର୍ବାଚନ ପ୍ରଚାର କରିବେ ଅମିତ ଶାହ । ଏହାପରେ କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଓ ନୟାଗଡ଼ରେ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ