Masthead

ଆମେ ଆଲୋଚନା କରିବାକୁ ପ୍ରସ୍ତୁତ: ଅମିତ ଶାହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମଣିପୁର ପ୍ରସଙ୍ଗକୁ ନେଇ ସରଗରମ ରହିଛି ଗୃହ । ସୋମବାର ବି ପାର୍ଲାମେଣ୍ଟରେ ଖୁବଜୋରରେ ହୋଇଛି ହଙ୍ଗାମା । ହଙ୍ଗାମା ପରେ ଗୃହ ମୁଲତବୀ । ଏହି ଘଟଣାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦେଇଛନ୍ତି ବୟାନ । କହିଛନ୍ତି ଲୋକ ଆମେ ଏହାକୁ ନେଇ ଗୃହରେ ଚର୍ଚ୍ଚା କରିବାକୁ ପ୍ରସ୍ତୁତ ଅଛୁ । ହେଲେ ବିରୋଧୀ ଏହା ଉପରେ କାହିଁକି ଚର୍ଚ୍ଚା କରିବାକୁ ଚାହୁଁନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୁଁ ଏହି ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ବିରୋଧୀଙ୍କୁ ଅନୁରୋଧ କରୁଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗ ।

ଦେଶ ସତ୍ୟ ଜାଣିବା ଜରୁରୀ । ପାର୍ଲାମେଣ୍ଟର ମୌସୁମୀ ଅଧିବେଶନରେ ସୋମବାର ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ବିରୋଧୀ ଏମପିମାନେ ମଣିପୁର ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିବୃତ୍ତି ଦାବି କରି ସ୍ଲୋଗାନ ଦେଇଥିଲେ। ବିରୋଧୀଙ୍କ ବିରୋଧ ସମୟରେ ରାଜ୍ୟ ସଭା ଅଧ୍ୟକ୍ଷ ମୌସୁମୀ ଅଧିବେଶନର ଅବଶିଷ୍ଟ ସମୟ ପାଇଁ ଏଏପି ଏମପି ସଞ୍ଜୟ ସିଂଙ୍କୁ ନିଲମ୍ବିତ କରିଥିଲେ। ଏହାପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲୋକ ସଭାରେ କହିଥିଲେ ଯେ ଆମେ ଗୃହରେ ଆଲୋଚନା ପାଇଁ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା