Masthead

ଦଳୀୟ କର୍ମକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର ଅମିତ ଶାହା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଅମିତ ଶାହ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପହଂଚିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଆଜି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦୁଇଟି ଏନଏଚ୍ ପ୍ରକଳ୍ପର କରିବେ ଉଦଘାଟନ କରିବେ । ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଗୁରୁମନ୍ତ୍ର ଦେବେ । ଲୋକସେବା ଭବନର କନଭେନସନ୍ ସେଂଟରରେ କେତେକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ।

ଦିନ ୧୧ଟାରେ ଜାତୀୟ ରାଜପଥର ୨ଟି ବଡ଼ ପ୍ରକଳ୍ପର ଲୋକାର୍ପଣ ହେବ । ଭର୍ଚୁଆଲ ମାଧ୍ୟମରେ ସୁକିନ୍ଦା-କାମାକ୍ଷାନଗର ଓ ଚଣ୍ଡିଖୋଲ-ଭଦ୍ରକ ଜାତୀୟ ରାଜପଥ ପ୍ରକଳ୍ପ ଉଦଘାଟନ ହେବ । ଏହା ସହ କଳାହାଣ୍ଡି କୋକସରା ବ୍ଲକର ମୋଟେରଠାରୁ ବାନେର ପର୍ଯ୍ୟନ୍ତ ଭାୟା ଲଡୁଗାଁ ରାସ୍ତାର ସୁଦୃଢୀକରଣ ଓ ସମ୍ପ୍ରସାରଣ ପ୍ରକଳ୍ପ ମଧ୍ୟ ରହିଛି । ଏହା ପରେ ରାଜ୍ୟ ସରକାରଙ୍କ ସହ ବୈଠକ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ନକ୍ସଲ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ଶାହା ।

ଏହା ପରେ ଶାହ ରାଜ୍ୟ ବିଜେପି କାର୍ୟ୍ୟାଳୟକୁ ଯିବେ । ସେଠାରେ ଦଳୀୟ ବୈଠକରେ ଉପସ୍ଥିତ ରହିବେ ଅମିତ ଶାହା । ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏକ ରୁଦ୍ଧଦ୍ୱାର ବୈଠକରେ ଦଳୀୟ କାର୍ଯ୍ୟକର୍ତ୍ତା ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ । ଏହି ବୈଠକରେ ଆଗାମୀ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ସହ ଆଗାମୀ କାର୍ଯ୍ୟକ୍ରମ ଓ ରଣନୀତି ପ୍ରସ୍ତୁତି କରାଯିବ ।

ତେବେ ଗତକାଲି ରାତି ୧୧ଟା ୫୦ରେ ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହା । ବିମାନ ବନ୍ଦରରେ ପହଂଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜଣାଯାଇଥିଲା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ସାଂସଦ ବସନ୍ତ ପଣ୍ଡା, ପ୍ରତାପ ଷଡଙ୍ଗୀ, ସଙ୍ଗୀତା ସିଂହଦେଓ, ଅପରାଜିତା ଷଡଙ୍ଗୀ, ମୋହନ ମାଝୀ, ଗୋଲକ ମହାପାତ୍ର ପ୍ରମୁଖ ବହୁ ନେତା ତାଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ୱାଗତ ଜଣାଇଥିଲେ । ଏହା ପରେ କଡା ସୁରକ୍ଷା ମଧ୍ୟରେ ହୋଟେଲକୁ ଯାଇଥିଲେ କେନ୍ଦ୍ର ଗୃହମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବିଦ୍ରୋହ ଭିତରେ ଆଜି ବସିବ ବିଜେଡିର ପ୍ରଥମ ପିଏସି ବୈଠକ 🔴 ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବିଦ୍ରୋହ ଭିତରେ ଆଜି ବସିବ ବିଜେଡିର ପ୍ରଥମ ପିଏସି ବୈଠକ 🔴 ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ