Masthead

ଧାମନଗରରେ ଅମିତ ଶାହାଙ୍କ ସଭା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୬ ତାରିଖ ଦିନିକିଆ ଗସ୍ତରେ ଆସୁଛନ୍ତି ଶାହ । ପ୍ରଥମେ ଭଦ୍ରକ ଜିଲ୍ଲା ଆରଡ଼ିଠାରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ । ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ବିରାଟ ସାଧାରଣ ସଭା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ଶାହ । କାର୍ଯ୍ୟକର୍ତ୍ତାଙ୍କ ସହ ଭେଟଘାଟ କରିବେ ଏବଂ ମୋରାଲ ସପୋର୍ଟ ଦେବେ । ଜନସଭାରେ ୫୦ ହଜାରରୁ ଉର୍ଦ୍ଧ୍ବ କର୍ମୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ଭଦ୍ରକ ଲୋକସଭା ଅନ୍ତର୍ଗତ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ଏହି ଜନସଭାରେ ସାମିଲ ହେବେ । ତାପରେ ଭୁବନେଶ୍ୱର ଠାରେ ଦଳର ବରିଷ୍ଠ ନେତୃତ୍ୱଙ୍କ ସହ ଗୁରୁତ୍ବପୂର୍ଣ୍ଣ ବୈଠକ ହେବ ଏବଂ ରଣନୀତି ପ୍ରସ୍ତୁତ କରିବେ । ଶେଷରେ ସେହି ଦିନ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ଅମିତ ଶାହ । ଏ ନେଇ ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ