Masthead

ସୁଟିଂ ସେଟରେ ଆହତ ହେଲେ ବିଗ ବି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଆହତ । ହାଇଦ୍ରାବାଦରେ ସୁଟିଂ କରୁଥିବା ବେଳେ ଆହତ ହୋଇଛନ୍ତି ବିଗ ବି । ହାଇଦ୍ରାବାଦରେ ଫିଲ୍ମ ’ପ୍ରୋଜେକ୍ଟ-କେ’ର ଶୁଟିଂ ସମୟରେ ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଆହତ ହୋଇଛନ୍ତି। ବିଗ ବି ତାଙ୍କ ବ୍ଲଗ ମାଧ୍ୟମରେ ଆଘାତ ବିଷୟରେ ସୂଚନା ଦେଇଛନ୍ତି। ତାଙ୍କ ଛାତି ପିଞ୍ଜରାରେ ଆଘାତ ଲାଗିଛି। ଏହି ଫିଲ୍ମରେ ଦୀପିକା ପାଦୁକୋନ ମଧ୍ୟ ତାଙ୍କ ସହ ଅଭିନୟ କରୁଛନ୍ତି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ହାଇଦ୍ରାବାଦରେ ପ୍ରୋଜେକ୍ଟ କେ ଶୁଟିଂ ସମୟରେ ଅମିତାଭ ବଚ୍ଚନ ଆକ୍ସନ ସୁଟ କରିବା ସମୟରେ ଆହତ ହୋଇଛନ୍ତି।

ତାଙ୍କର ରିବ କାର୍ଟିଲେଜରେ ଆଘାତ ଲାଗିଛି। ଛାତିର ଡାହାଣ ପଟର ମାଂସପେଶୀରେ ଆଘାତ ହୋଇଥିବା କୁହାଯାଇଛି। ଏହା ପରେ ଫିଲ୍ମର ଶୁଟିଂ ବାତିଲ କରାଯାଇଛି। ଶୁଟିଂ ସେଟର ସଦସ୍ୟମାନେ ତାଙ୍କୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲକୁ ନେଇଥିଲେ। ଡାକ୍ତରଙ୍କ ସହିତ ପରାମର୍ଶ କରାଯାଇ ବିଗ ବିଙ୍କର ସିଟି ସ୍କାନ କରାଯାଇଛି। ବର୍ତ୍ତମାନ ସେ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ