Masthead

ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିବ ଅମୃତ ଉଦ୍ୟାନ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆଜିଠୁ ଖୋଲିବ ଅମୃତ ଉଦ୍ୟାନ । ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ । ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଏହାକୁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି। ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି ।

ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ମୋଗଲ ଗାର୍ଡେନରୁ ଅମୃତ ଉଦ୍ୟାନକୁ ପରିବର୍ତ୍ତିତ ହୋଇଥିବା ଏହି ଉଦ୍ୟାନରେ ୧୨ ପ୍ରକାରର ୧୦ ହଜାରୁ ଅଧିକ ଟ୍ୟୁଲିପ ଫୁଲ ରହିଛି । ୧୩୮ରୁ ଅଧିକ ପ୍ରକାରର ଗୋଲାପ, ୭୦ରୁ ଅଧିକ ଅଲଗା ଅଲଗା ପ୍ରଜାତିର ବିଭିନ୍ନ ଫୁଲ ରହିଛି । ଉଦ୍ୟାନକୁ ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦ ସାଧାରଣ ଲୋକଙ୍କ ପାଇଁ ଖୋଲିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା