Masthead

ଅମୃତପାଲ୍ ସିଂ ଗିରଫ, ପଞ୍ଜାବରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ପଞ୍ଜାବ (ବଡ଼ ଖବର ବ୍ୟୁରୋ): ଅମୃତପାଲ୍ ସିଂ ଗିରଫ । ଖାଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଗିରଫ । ଏହାସହ ଅମୃତପାଲଙ୍କ ଏକାଧିକ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ପଞ୍ଜାବ ପୋଲିସ । ଅମୃତପାଲଙ୍କୁ ଗିରଫ କରିବାକୁ ପଞ୍ଜାବ ପୋଲିସ ଆରମ୍ଭ କରିଥିଲା ‘ଅପରେସନ ଅମୃତ’ ପୂରା ରାଜ୍ୟର ପ୍ରାୟ ୩ ଶହ ସ୍ଥାନରେ ପୋଲିସ ଚଢ଼ାଉ କରିଥିଲା । ଏଥିପାଇଁ ପୋଲିସର ୫ଟି ଟିମ୍ ଗଠନ କରାଯାଇଥିଲା । ଗିରଫ ପରେ ପଞ୍ଜାବରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି ।

ଅମୃତଙ୍କ ସମର୍ଥକ ମାନେ ଯେପରି ସୋସିଆଲ ମିଡିଆରେ ହିଂସା ଉଦ୍ରେକକାରୀ ପୋଷ୍ଟ କରିନପାରିବେ ଓ ଏକଜୁଟ ହୋଇ ନପାରିବେ ତାହାକୁ ନଜରରେ ରଖି ପଞ୍ଜାବ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ଗତକାଲି ମଧ୍ୟରାତ୍ରରୁ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ରବିବାର ଦିନ ୧୨ଟା ପର୍ୟ୍ୟନ୍ତ ପଞ୍ଜାବରେ ଇଣ୍ଟନେଟ ସେବା ବନ୍ଦ ରଖାଯାଇଛି । ସୂଚନା ଅନୁସାରେ, ଗତମାସ ୨୩ ତାରିଖରେ ଅମୃତପାଲ ଏବଂ ତାଙ୍କ ସମର୍ଥକ ଏକ ଖଣ୍ଡା ଓ ପିସ୍ତଲ ଧରି ଅଜନାଲା ଥାନାରେ ପଶି ଯାଇଥିଲେ । ଜଣେ ସମର୍ଥକଙ୍କୁ ଛଡ଼ାଇବା ପାଇଁ ସେମାନେ ପୋଲିସ ଉପରକୁ ଆକ୍ରମଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ