Before Header

ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

0 42

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସୁରୁଖୁରୁରେ ବିଧାନସଭା ଚାଲିବା ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ, କଂଗ୍ରେସ ଦଳର ନେତା ନରସିଂହ ମିଶ୍ର, ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗ ଦେଇଛନ୍ତି । ସେପଟେ ସର୍ବଦଳୀୟ ବୈଠକକୁ ବୟ କଟ୍ କରିଛି ବିରୋଧୀ ଦଳ ବିଜେପି ।

ତେବେ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ ।

Leave A Reply

Your email address will not be published.