Masthead

ବସିଲା ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆସନ୍ତା କାଲି ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶନ । ଏନେଇ ଆଜି ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି ବୈଠକ ଡକାଇଥିଲେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋଏଲ ଉପସ୍ଥତ ଥିଲେ । ଲୋକସଭାରେ ବିରୋଧୀ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ, ଡିଏମକେ ସାଂସଦ ଓବ୍ରାଏନ ଏବଂ ଅନ୍ୟାନ୍ୟ ଦଳର ନେତା ମାନେ ଉପସ୍ଥିତ ଥିଲେ ।

ତେବେ ସଂସଦର ମୌସୁମୀ ଅଧିବଶେନ ପୂର୍ବରୁ ଏଭଳି ବୈଠକ ବସିଥାଏ । ସଂସଦ କାର୍ଯ୍ୟ ଧାରା ବାବଦରେ ଆଲୋଚନା ହୋଇଥାଏ । ତେବେ ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଥିବା ମୌସୁମୀ ଅଧିବେଶନ ଅଗଷ୍ଟ ୧୩ରେ ଶେଷ ହେବ। ଏହା ମଧ୍ୟରେ ମୋଟ୍ ୧୯ଟି କାର୍ଯ୍ୟଦିବସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ