Masthead

ଦିଲ୍ଲୀରେ ଇସ୍ରାଏଲ୍ ଦୂତାବାସ ନିକଟରେ ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଥିବା ଇସ୍ରାଏଲ ଦୂତାବାସ ନିକଟରେ ଆଇଇଡି ବିସ୍ଫୋରଣ ହୋଇଛି । ବିସ୍ଫୋରଣର କାରଣ ଜଣାପଡ଼ି ନଥିଲେହେଁ ଏଥିରେ ଦୂତାବାସ ନିକଟରେ ଥିବା କିଛି ଜାନବାହାନ ଭାଙ୍ଗିଯାଇଛି । ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍ ଘଟଣାସ୍ଥଳରେ ପହଞ୍ଚିଛି । ଦିଲ୍ଲୀ ପୋଲିସ କମିଶନର ଏସ.ଏନ୍ ଶ୍ରୀବାସ୍ତବ କହିଛନ୍ତି ଯେ ରାଜେଶ ପାଇଲଟ ମାର୍ଗ ଉପରେ ବିସ୍ଫୋରଣ ହୋଇଥିଲା, ଏହାର ତଦନ୍ତ ଚାଲିଛି । ବୋମା ନିସ୍କ୍ରିୟକାରୀ ଟିମ ମଧ୍ୟ ଘଟଣାର ଛାନଭିନ କରୁଛି । ଏହି ବିସ୍ଫୋରଣ ଇସ୍ରାଏଲ୍ ଦୂତାବାସଠାରୁ ୧୫୦ ମିଟର ଦୂରରେ ହୋଇଛି । ପୁଲିସ୍‌ କହିଛିଯେ ସନ୍ଧ୍ୟା ୫.୦୫ ସମୟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ କାରଣ ଖୋଜିବା ପାଇଁ ତଦନ୍ତ କରାଯାଉଛି। ବର୍ତ୍ତମାନ ସୁଦ୍ଧା କେହି ମୃତାହତ ହୋଇନାହାନ୍ତି । ଅବଦୁଲ କଲାମ ରୋଡକୁ ଘେରାମନ୍ଦୀ କରାଯାଇ ପୋଲିସ ଅଧିକ ଯାଞ୍ଚ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା