Masthead

ଜୁନ ୨୦ରୁ ‘ଆଉଟରିଚ୍’ର ଆଙ୍କରିଂ ତାଲିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ‘ଆଉଟରିଚ୍’ ତରଫରୁ ୧୦ ଦିନିଆ ଗ୍ରୀଷ୍ମକାଳୀନ ଆଙ୍କରିଂ ତାଲିମ କାର୍ଯ୍ୟକ୍ରମ ଜୁନ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏକାଦଶଥର ପାଇଁ ଆଯୋଜିତ ହେବାକୁ ଯାଉଥିବା ଏହି ଟ୍ରେନିଂ ଏଥର ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହେବ । ମିଡିଆରେ କ୍ୟାରିୟର କରିବାକୁ ଚାହୁଁଥିବା ଓ ନୂଆ କରି କ୍ୟାରିୟର ଗଢୁଥିବା ବ୍ୟକ୍ତି ଏଥିରେ ଭାଗନେଇ ପାରିବେ । ଏହି ଟ୍ରେନିଂରେ କର୍ମଶାଳାରେ ରେଡିଓ, ଟେଲିଭିଜନ ଓ ଅନ୍ୟ ଷ୍ଟେଜ ଆଙ୍କରିଂ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯିବ । ଏହାଛଡା ରିପୋଟିଂ ଭଏସଓଭର ଆଦି ବିଭିନ୍ନ ବିଷୟରେ ତାଲିମ ଦିଆଯିବ । ସମସ୍ତ ଅଂଶଗ୍ରହଣକାରୀଙ୍କୁ ପ୍ରମାଣପତ୍ର ମଧ୍ୟ ଦିଆଯିବ । ଏଥିରେ ସାମିଲ ହେବା ପାଇଁ ଶିକ୍ଷାଗତ ଯୋଗ୍ୟତା ଅତି କମରେ ମ୍ୟଟ୍ରିକ ହୋଇଥିବା ଆବଶ୍ୟକ । ଏଥିରେ ଭାଗନେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ କୌଣଷି ନିଦ୍ଦିଷ୍ଟ ବୟସସୀମା ନାହିଁ ।

ଦେଶର ଜଣାଶୁଣା ସାମ୍ବାଦିକ, ନ୍ୟୁଜ ଆଙ୍କର, ରେଡିଓ ଜକି ଓ ବିଶେଷଜ୍ଞମାନେ ଏଥିରେ ଯୋଗ ଦେଇ ଟ୍ରେନିଂ ପ୍ରଦାନ କରିବେ । କର୍ମଶାଳାରେ ଅଂଶଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀ ବା ବ୍ୟକ୍ତି ମୋ:୭୬୮୩୮୭୦୮୧୩ ରେ ଯୋଗାଯୋଗ କରବାକୁ ଆୟୋଜକ ସଂସ୍ଥା ‘ଆଉଟରିଚ୍’ ପକ୍ଷରୁ ସୂଚନା । ଗତ ପାଞ୍ଚବର୍ଷରେ ‘ଆଉଟରିଚ’ ଏହିଭଳି ୧୦ଟି ଟ୍ରେନିଂ ଆୟୋଜନ କରିସାରିଛି । ପୂର୍ବରୁ ଏଥିରେ ଶହଶହ ଛାତ୍ରଛାତ୍ରୀ ଭାଗ ନେଇଛନ୍ତି । ଏମାନଙ୍କ ମଧ୍ୟରୁ ଅନେକ ବିଭିନ୍ନ ଗଣମାଧ୍ୟମ ସଂସ୍ଥାରେ କାର୍ଯ୍ୟ କରୁଛନ୍ତି । ଯୁବବର୍ଗଙ୍କୁ ମିଡିଆରେ କ୍ୟାରିୟର ଗଢ଼ିବା ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ ‘ଆଉଟରିଚ’ ନିୟମିତ ବ୍ୟବଧାନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିଆସୁଛି ବୋଲି ସଂସ୍ଥାର ମୁଖ୍ୟ ସୁବ୍ରତ କୁମାର ପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ