Masthead

କୋଟିଆରେ ପୁଣି ସମିତିସଭ୍ୟ ନିର୍ବାଚନ କରିବାକୁ ଯାଉଛି ଆନ୍ଧ୍ର

କୋଟିଆ (ବଡ଼ ଖବର ବ୍ୟୁରୋ): କୋଟିଆରେ ପୁଣି ଆନ୍ଧ୍ରର ଦାଦାଗିରି । ଓଡ଼ିଶା ସୀମା ଭିତରେ ପଶି କୋଟିଆରେ ପୁଣି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଆନ୍ଧ୍ର ସରକାର । ଓଡ଼ିଶାର ଅବିଚ୍ଛେଦ୍ୟ ଅଙ୍ଗ କୁହାଯାଉଥିବା କୋଟିଆରେ ପୁଣି ସମିତିସଭ୍ୟ ନିର୍ବାଚନ କରିବାକୁ ଯାଉଛି ଆନ୍ଧ୍ର । ସୁପ୍ରିମକୋର୍ଟରେ ମାମଲା ବିଚାରାଧିନ ଥିବାବେଳେ ଗଞ୍ଜେଇପଦର, ଫାଟୁସିନେରୀ ଓ ଫଗୁଣସିନେରୀରେ ପଂଚାୟତ ନିର୍ବାଚନ ପରେ ଆନ୍ଧ୍ର ଏଠାରେ ଏବେ ସମିତିସଭ୍ୟ ନିର୍ବାଚନ କରିବାକୁ ଯାଉଛି ବୋଲି ଜଣାପଡ଼ିଛି ।

ଏନେଇ ବିଭିନ୍ନ ରାଜନୈତିକ ସଙ୍ଗଠନ, ସାମାଜିକ ସଙ୍ଗଠନ, ପ୍ରଶାସନ ଏବଂ ଜନସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ମିଳିଥିବା ସୂଚନା ଅନୁଯାୟୀ ଏପ୍ରିଲ ୧ରେ କୋଟିଆର ପ୍ରତ୍ୟକ ଗାଁରେ ଜାତୀୟ ପତାକା ଉତ୍ତୋଳନ କରି ବିଭିନ୍ନ ସଙ୍ଗଠନ ଉତ୍କଳ ଦିବସ ପାଳନ କରିଥିବା ବେଳେ ଏହାର ଠିକ ୩ ଦିନ ପରେ ଆନ୍ଧ୍ର ପୁଣି ଥରେ ଉକ୍ତ ଗାଁ ଗୁଡ଼ିକରେ ସମିତିସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ।

ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଏପ୍ରିଲ ୮ରେ ଭୋଟ୍ ଗ୍ରହଣ କରାଯିବ । ଯଦି ଏଥିରେ କୌଣସି ସମସ୍ୟା ସୃଷ୍ଟି ହୁଏ ତେବେ ୯ରେ ପୁଣି ଥରେ ନିର୍ବାଚନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି