Masthead

କୋଟିଆରେ ପୁଣି ସମିତିସଭ୍ୟ ନିର୍ବାଚନ କରିବାକୁ ଯାଉଛି ଆନ୍ଧ୍ର

କୋଟିଆ (ବଡ଼ ଖବର ବ୍ୟୁରୋ): କୋଟିଆରେ ପୁଣି ଆନ୍ଧ୍ରର ଦାଦାଗିରି । ଓଡ଼ିଶା ସୀମା ଭିତରେ ପଶି କୋଟିଆରେ ପୁଣି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଆନ୍ଧ୍ର ସରକାର । ଓଡ଼ିଶାର ଅବିଚ୍ଛେଦ୍ୟ ଅଙ୍ଗ କୁହାଯାଉଥିବା କୋଟିଆରେ ପୁଣି ସମିତିସଭ୍ୟ ନିର୍ବାଚନ କରିବାକୁ ଯାଉଛି ଆନ୍ଧ୍ର । ସୁପ୍ରିମକୋର୍ଟରେ ମାମଲା ବିଚାରାଧିନ ଥିବାବେଳେ ଗଞ୍ଜେଇପଦର, ଫାଟୁସିନେରୀ ଓ ଫଗୁଣସିନେରୀରେ ପଂଚାୟତ ନିର୍ବାଚନ ପରେ ଆନ୍ଧ୍ର ଏଠାରେ ଏବେ ସମିତିସଭ୍ୟ ନିର୍ବାଚନ କରିବାକୁ ଯାଉଛି ବୋଲି ଜଣାପଡ଼ିଛି ।

ଏନେଇ ବିଭିନ୍ନ ରାଜନୈତିକ ସଙ୍ଗଠନ, ସାମାଜିକ ସଙ୍ଗଠନ, ପ୍ରଶାସନ ଏବଂ ଜନସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ମିଳିଥିବା ସୂଚନା ଅନୁଯାୟୀ ଏପ୍ରିଲ ୧ରେ କୋଟିଆର ପ୍ରତ୍ୟକ ଗାଁରେ ଜାତୀୟ ପତାକା ଉତ୍ତୋଳନ କରି ବିଭିନ୍ନ ସଙ୍ଗଠନ ଉତ୍କଳ ଦିବସ ପାଳନ କରିଥିବା ବେଳେ ଏହାର ଠିକ ୩ ଦିନ ପରେ ଆନ୍ଧ୍ର ପୁଣି ଥରେ ଉକ୍ତ ଗାଁ ଗୁଡ଼ିକରେ ସମିତିସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ।

ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଏପ୍ରିଲ ୮ରେ ଭୋଟ୍ ଗ୍ରହଣ କରାଯିବ । ଯଦି ଏଥିରେ କୌଣସି ସମସ୍ୟା ସୃଷ୍ଟି ହୁଏ ତେବେ ୯ରେ ପୁଣି ଥରେ ନିର୍ବାଚନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି