ଆନ୍ଧ୍ର କରିବ ନିର୍ବାଚନ, ଓଡ଼ିଶା ଜାରି କରିଛି ୧୪୪ ଧାରା

ଭୁବନେଶ୍ୱର ( ବଡ଼ ଖବର ବୁ୍ୟରୋ): କୋଟିଆର ୨୨ଟି ଗାଁରେ ଆଜି ସନ୍ଧ୍ୟା ୫ ଟାରୁ ଆସନ୍ତାକାଲି ସନ୍ଧ୍ୟା ୬ଟା ଯାଏଁ ୧୪୪ ଧାରା ଜାରି କରାଯାଇଛି। ଗତକାଲି ଆନ୍ଧ୍ର ହାଇକୋର୍ଟ ପଞ୍ଚାୟତ ନିର୍ବାଚନ ଉପରେ ରୋକ ଲଗାଇଥିଲେ। ଆଜି ଡିଭିଜନ ବେଞ୍ଚ ଉକ୍ତ ନିର୍ଦ୍ଦେଶକୁ ରଦ୍ଦ କରି  ନିର୍ବାଚନ କରିବାକୁ ଅନୁମତି ଦେଇଛନ୍ତି। ତେଣୁ କାଲି ପୁରା ରାଜ୍ୟରେ ମଣ୍ଡଳ ପରିଷଦ ଓ ଜିଲ୍ଲା ପରିଷଦ ପାଇଁ ଭୋଟିଂ ହେବ।

ସୂଚନାନୁଯାୟୀ, ଆନ୍ଧ୍ରପ୍ରଦେଶ ସରକାର ଆସନ୍ତାକାଲି ପୁରା ରାଜ୍ୟରେ ନିର୍ବାଚନ କରିବାକୁ ଯାଉଛନ୍ତି। ଏଥିପାଇଁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ରାଜ୍ୟ ସରକାରକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଓଡ଼ିଶାର କୋଟିଆରେ ମଧ୍ୟ ଭୋଟ ଗ୍ରହଣ ହେବ। କାଲି ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରୁଥିବାରୁ ଆଜିଠୁ ୧୪୪ ଧାରା ଜାରି ହୋଇଛି। ସରକାର ୨୨ଟି ଗାଁରେ ମାଜିଷ୍ଟ୍ରେଟ କ୍ଷମତା ନେଇ ୨୨ ଅଫିସରଙ୍କୁ ଦାୟୀତ୍ଵ ଦିଆଯାଇଛି। ଓଡ଼ିଶାରେ ଆନ୍ଧ୍ର ନିର୍ବାଚନ ନ କରେଇବା ପାଇଁ ସେଠାରେ ବ୍ୟାପକ ପୁଲିସ ମଧ୍ୟ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ