ବଢିବାରେ ଲାଗିଛି ଆନ୍ଧ୍ରର ଦାଦାଗିରି

ଗଜପତି (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଆନ୍ଧ୍ରର ଦାଦାଗିରି। ଓଡ଼ିଶା ସୀମାରେ ପଶିଲା ଆନ୍ଧ୍ର। ସୀମାରେ ଅନୁପ୍ରବେଶ କରି ଗଜପତି ଜିଲ୍ଲା ରାୟଗଡ ବ୍ଲକ ଗଙ୍ଗାବାଡ ପଂଚାୟତର ମାଣିକପାଟଣା ଠାରେ ଏକ ଅସ୍ଥାୟୀ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କରିଥିବାବେଳେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ତାହାକୁ ସିଲ୍ କରାଯାଇଥିଲା । ତେବେ ଗତକାଲି ଆନ୍ଧ୍ରର କିଛି ଅଧିକାରୀ ପହଞ୍ଚି ସେଠାରେ ପକାଯାଇଥିବା ତାଲାକୁ ଭାଙ୍ଗିଥିବାବେଳେ ଆଜି ସେଠାରେ ପିଲାଙ୍କ ପାଠପଢା ଜାରି ରହିଛି ଏବଂ ଅଣ୍ଡା ମଧ୍ୟ ବଣ୍ଟନ କରାଯାଇଛି ।

ଆଜି ସଂପୃକ୍ତ ଅଞ୍ଚଳରେ ଆନ୍ଧ୍ରର ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେହି ଅଞ୍ଚଳରେ ଆନ୍ଧ୍ର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ମଧ୍ୟ ସରିଛି। ସୀମାରେ ଅନୁପ୍ରବେଶ କରିବା ପାଇଁ ସବୁବେଳେ ପଡୋଶୀ ଆନ୍ଧ୍ର ପ୍ରୟାସ କରୁଥିବାବେଳେ ଓଡ଼ିଶା ପକ୍ଷରୁ ଏହାର ସ୍ଥାୟୀ ସମାଧାନ ପାଇଁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉନାହିଁ । ଫଳରେ ଆନ୍ଧ୍ରର ଦାଦାଗିରି ଦିନକୁ ଦିନ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’