Masthead

ଦୁର୍ବୁତ୍ତ ଭାଙ୍ଗିଲେ ଅଙ୍ଗନବାଡି

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ରାତି ଅଧିଆ କିଛି ଦୁର୍ବୁତ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଭାଙ୍ଗି ଦେଇଛନ୍ତି । ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଦେଉଳି ଗ୍ରାମରେ । ଉକ୍ତ ଗ୍ରାମର ଅଙ୍ଗନବାଡି କେନ୍ଦ୍ରକୁ ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ୨୦୧୬ ମସିହାରେ ଏହି ଗ୍ରାମରେ ଅଙ୍ଗନବାଡି କେନ୍ଦ୍ର(୧)ର ଗୃହ ନିର୍ମାଣ କରାଯାଇଥିଲା । କିଛିବର୍ଷ ପରେ ଆଉ ଜଣେ ଅଙ୍ଗନବାଡି କର୍ମୀଙ୍କୁ ନିଯୁକ୍ତି ଦିଆଯାଇଛି ।

ଅଙ୍ଗନବାଡି କେନ୍ଦ୍ର (୨) ପାଇଁ ୨୦୨୦ ମସିହାରେ ନୂତନ ଗୃହ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର କରାଯାଇଛି । କିନ୍ତୁ ଦୁଃଖର ବିଷୟ ୨୦୧୬ ମସିହାରେ ତିଆରି ହୋଇଥିବା ଘରକୁ ଭାଙ୍ଗି ସେଠାରେ ନୂତନ ଘର ନିର୍ମାଣକୁ ଗ୍ରାମବାସୀ ବିରୋଧ କରୁଛନ୍ତି । ଏ ସମ୍ପର୍କରେ ଉପଜିଲ୍ଲାପାଳ, ବିଡ଼ିଓ , ଶିଶୁ ବିକାଶ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିବା ସହ ଅଙ୍ଗନବାଡି କୋଠା ଭାଙ୍ଗି ଥିବା ଲୋକଙ୍କ ବିରୁଦ୍ଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ଗ୍ରାମବାସୀ । ଅଭିଯୁକ୍ତଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା