Masthead

ଅଙ୍ଗନବାଡି ଖାଦ୍ୟରେ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିର ଶିଶୁ କାଲିର ଭବିଷ୍ୟତ । ଏଣୁ ଶିଶୁ ଏବଂ ଗର୍ଭବତୀ ମହିଳାମାନଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇ ଦେବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସରକାର । ମାତ୍ର ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନି ଯୋଜନାର ସୁଫଳ । ଅଙ୍ଗନବାଡି ଖାଦ୍ୟ ବଣ୍ଟନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ । ସମାଧାନ ନ ହେଲେ ସି.ଡ଼ି. ପି. ଓ ଅଫିସ ସମ୍ମୁଖରେ ଧାରଣାରେ ବସିବାକୁ ଦେଲେ ଚେତାବନୀ । ଏମିତି ଘଟଣା ଦେଖିବାକୁ ମିଳିଛି ଚାନ୍ଦବାଲି ବ୍ଲକର ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଗ୍ରାମରେ । ଉକ୍ତ ଗ୍ରାମର ଅଙ୍ଗନବାଡି କର୍ମୀ ଶ୍ରୀମତୀ ପ୍ରୀତିରେଖା ବଳ ନିଜର କାର୍ୟ୍ୟ ସୁଚାରୁ ରୂପେ ତୁଲାଉ ନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ବିଶେଷକରି ଖାଦ୍ୟ ବଣ୍ଟନରେ ଘୋର ଅନିୟମିତତା କରୁଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ।

ପ୍ରତିମାସ ଶିଶୁ ଏବଂ ଗର୍ଭବତୀ ମାନଙ୍କ ପାଇଁ ଆସୁଥିବା ଖାଦ୍ୟ ସାମଗ୍ରୀ ଠିକଭାବେ ବଣ୍ଟନ କରା ଯାଉ ନଥିବା ଅଭିଯୋଗ ହୋଇଛି । ଅନ୍ୟ ପଟେ ଅଙ୍ଗନ ବାଡ଼ି ଦିଦି ଏହାକୁ ଖଣ୍ଡନ କରିଛନ୍ତି କହିଛନ୍ତି ଉକ୍ତ ଗ୍ରାମରେ କିଛି ଖଳ ପ୍ରକୃତିର ଲୋକ ମତେ ଉଦେଶ୍ୟ ମୁଳକଭାବେ ହଇରାଣ କରୁଛନ୍ତି।ଅନ୍ୟପଟେ ଏ ବାବଦରେ ଗ୍ରାମବାସୀ ମାନେ ସୁପରଭାଇଜରଙ୍କ ଠାରୁ ଜିଲ୍ଲାପାଳଙ୍କ ପର୍ୟ୍ୟନ୍ତ ଅଭିଯୋଗ କରିସାରିଲେଣି କେହି କର୍ଣ୍ଣପାତ କରୁନାହାଁନ୍ତି । ଯଦି ଆଗାମି ସାତଦିନ ମଧ୍ୟରେ ପ୍ରଶାସନ ତରଫରୁ କୌଣସି ସମାଧାନ କରା ନ ଯିବ ସି. ଡି. ପି. ଓ ଅଫିସି ସମ୍ମୁଖରେ ଧାରଣ ଦେବାକୁ ବାଧ୍ୟ ହେବୁ ବୋଲି ଚେତାବନୀ ଦେଇଛନ୍ତି ଗ୍ରାମବାସୀ । ଏଣୁ ପ୍ରଶାସନ ଉକ୍ତ ଘଟଣାକୁ ଗୁରୁତର ସହ ନେଇ ବିବାଦକୁ ସମାଧାନ କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା