ବିଜେପିରେ ମିଶିଲେ ଅଞ୍ଜଳି

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ଭାଜପାରେ ମିଶିଲେ। ସୋମବାର ଭୁବନେଶ୍ୱର ସ୍ଥିତ ରାଜ୍ୟ ଭାଜପା କାର୍ଯ୍ୟାଳୟରେ  ଆୟୋଜିତ ମିଶ୍ରଣ ପର୍ବରେ ନିଜ ସମର୍ଥକଙ୍କ ସହିତ ଯୋଗଦେବେ ବୋଲି ରବିବାର ଫୋନ ଯୋଗେ ସୂଚନା ଦେଇଥିଲେ ।

ଭାଜପାରେ ସାମିଲ ହେବା ପରେ ଦଳର ନିର୍ଦ୍ଦେଶ ହେଲେ ଆସନ୍ତା ପଞ୍ଚାୟତ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି । ହିନ୍ଦୋଳ ବିଧାନସଭା ଆସନରୁ ବିଜେଡି ପକ୍ଷରୁ ପ୍ରତିଦ୍ୱନ୍ଦିତା କରି ୨୦୦୦,୨୦୦୪ ଏବଂ ୨୦୦୯ରେ ଲଗାତାର ୩ ଥର ବିଧାୟିକା ଭାବେ ଜିତିଥିଲେ ଅଞ୍ଜଳି । ଏହା ସହ ୨ ଥର ମନ୍ତ୍ରୀ ମଧ୍ୟ ରହିଥିଲେ । ପରବର୍ତ୍ତୀ ସମୟରେ ଦଳ ବିରୋଧି କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ