Masthead

ସାହିତ୍ୟରେ ନୋବେଲ୍‌ ପୁରସ୍କାର ଘୋଷଣା, ଜନ୍‌ ଫୋସେଙ୍କୁ ମିଳିବ ଆଓ୍ଵାର୍ଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):୨୦୨୩ ମସିହା ପାଇଁ ସାହିତ୍ୟକ୍ଷେତ୍ରରେ ନୋବେଲ ପୁରସ୍କାର ନରଓ୍ବେର ଲେଖକ ଓ ନାଟ୍ୟକାର ଜନ୍ ଫୋସେଙ୍କୁ ପ୍ରଦାନ କରାଯିବ ବୋଲି ଷ୍ଟକହୋମଠାରେ ନୋବେଲ କମିଟି ପକ୍ଷରୁ ଘୋଷଣା କରାଯାଇଛି । ତାଙ୍କ ନାଟକ ଓ ଗଦ୍ୟ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଏ ସମ୍ପର୍କରେ ଏକ୍ସରେ ସୂଚନା ଦେଇ ନୋବେଲ କମିଟି ପକ୍ଷରୁ କୁହାଯାଇଛି ଯେ ଫୋସେଙ୍କ ଲେଖା ସମାଜର ଦୁର୍ବଳ ଓ ଅବହେଳିତ ବର୍ଗଙ୍କ ପାଇଁ ସ୍ବର ଉତ୍ତୋଳନ କରିଛି । ୧୯୫୯ ମସିହାରେ ନରଓ୍ବେରେ ଜନ୍ମିତ ଜନଙ୍କୁ ଯେତେବେଳେ ୭ ବର୍ଷ ବୟସ ସେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ । ତେବେ ସେ ଗୁରୁତର ଆହତ ହୋଇଥିଲେ । ଏହି ଦୁର୍ଘଟଣା ତାଙ୍କ ଲେଖାକୁ ସାରା ଜୀବନ ପ୍ରଭାବିତ କରିଥିବା କୁହାଯାଏ । ଲଣ୍ଡନର ଖବରକାଗଜ ଦି ଡେଲି ଟେଲିଗ୍ରାଫର ଏକ ରିପୋର୍ଟ ଅନୁସାରେ ବିଶ୍ବର ୧୦୦ ଜଣ ଜୀବନ୍ତ କିମ୍ବଦନ୍ତୀ ମଧ୍ୟରୁ ସେ ଅନ୍ୟତମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା