Masthead

ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ଘୋଷଣା ହେଲା ତାରିଖ । ନଭେମ୍ବର ୧, ୨୦୨୧ ସୁଦ୍ଧା ଯେଉଁ ମାନଙ୍କୁ ୧୮ ବର୍ଷ ହୋଇଥିବ ସେମାନେ ଯୋଗ୍ୟ ଭୋଟର ଭାବେ ଆବେଦନ କରି ପାରିବେ । ବାଲେଶ୍ଵର ଜିଲ୍ଲା ବ୍ୟତୀତ ଅନ୍ୟ ୨୯ ଟି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ କରାଯିବ ।

୧୬ ନଭେମ୍ବରରେ ସମସ୍ତ ଗ୍ରାମ ପଞ୍ଚାୟତରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ କରାଯିବ । କୌଣସି ଦାବି କିମ୍ବା ଆପତ୍ତି ଓ ଅଭିଯୋଗ ୨୩ ତାରିଖ ସୁଦ୍ଧା ଇଲେକଟ୍ରୋରାଲ । ରେଜିଷ୍ଟ୍ରଆର ଅଫିସର ନିକଟରେ ଦାଖଲ କରି ପାରିବେ । ୨୪ ରୁ ୨୬ ନଭେମ୍ବର ମଧ୍ୟରେ ସମ୍ପୃକ୍ତ ଅଧିକାରୀ ଏହାର ଫଇସଲା କରିବେ । ଚିଠା ଭୋଟର ତାଲିକାକୁ ନେଇ ଯେଉଁମାନେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ୨୯ ରୁ ୩୦ ନଭେମ୍ବର ମଧ୍ୟରେ ବିଡ଼ିଓ ପାଖରେ ଦରଖାସ୍ତ ଆବେଦନ କରିବେ ।

୧ ଡିସେମ୍ବର ରୁ ୨ ଭିତରେ ବିଡ଼ିଓ ଏହି ଅଭିଯୋଗର ଫଇସଲା କରିବେ । ୪ ଡିସେମ୍ବରରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ୬ ଡିସେମ୍ବର ଚୂଡାନ୍ତ ଭୋଟର ତାଲିକା କମିଶନଙ୍କ ନିକଟରେ ଦାଖଲ ହେବ । ୧୪ ତାରିଖ ସୁଦ୍ଧା ଚୂଡାନ୍ତ ଭୋଟର ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟକୁ ଆସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା