ଡିଏଭି ପୋଖରୀପୁଟରେ ବାର୍ଷିକ ଉତ୍ସବ ‘ମାହିରା’ ଅନୁଷ୍ଠିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡିଏଭି ପୋଖରୀପୁଟରେ ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ ହୋଇଯାଇଛି । ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‌ଘାଟନ କରାଯାଇଥିଲା । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ଵାଗତ ପରିଚୟ ପ୍ରଦାନ କରିଥିଲେ । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ୍ ଯୋଗଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି ମତବ୍ୟକ୍ତ କରିଥିଲେ ।

ସମ୍ମାନିତ ଅତିଥିରୂପେ ଉଚ୍ଚଶିକ୍ଷା ବିଭାଗର ସ୍ଵତନ୍ତ୍ର ସଚିବ ପ୍ରମୋଦ କୁମାର ମିଶ୍ର ଯୋଗଦାନ କରି ବିଦ୍ୟାଳୟ ହିଁ ବିଦ୍ୟାର୍ଥୀମାନଙ୍କର ପ୍ରତିଭା ବିକାଶର ପ୍ରକୃଷ୍ଟ ସ୍ଥଳ ବୋଲି କହିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ଵ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା ।

ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ଵାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଅଧିକ ଦର୍ଶକ ମନଭରି ଉପଭୋଗ କରି କାର୍ୟ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଦ୍ରୌପଦୀ ନୃତ୍ୟ, ଜଳପରି, ରେଡ୍ ରାଇଡିଂ ହୁଡା଼, ମହାନଦୀରୁ ଝେଲମ୍ ପର୍ଯ୍ୟନ୍ତ, କାଳଜୟୀ ଦୁର୍ଗା ଆଦି ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!