Masthead

ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ

କୋଇଡା (ବଡ଼ ଖବର ବ୍ୟୁରୋ): ପୁଣି ସୁନ୍ଦରଗଡ଼ ନିକଟ ସରଣ୍ଡା ଜଙ୍ଗଲରୁ ଜବତ ହେଲା ବିସ୍ଫୋରକ। ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ । ଝାଡ଼ଖଣ୍ଡ ତିରିଲିପୋଷି ଜଙ୍ଗଲରୁ ବିସ୍ଫୋରକ ଜବତ । ସର୍ଚ୍ଚ ଅପରେସନ୍ ବେଳେ ମିଳିଲା ବିସ୍ଫୋରକ ସାମଗ୍ରୀ । ଏଯାଏଁ ୪ ହଜାର ୪୦୦ କେଜିର ବିସ୍ଫୋରକ ଜବତ ହୋଇଛି । ବାକି ଲୁଟ୍‌ ବିସ୍ଫୋରକ ପାଇଁ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଓଡିଶା ସୀମାରୁ ୭ କିଲୋମିଟର ଦୂର ଝାଡ଼ଖଣ୍ଡ ଜରେଇକେଲା ତିରିଲପୋସି ସରଣ୍ଡା ଜଙ୍ଗଲ ବିଟିକିଲ୍ସୟ, ବାଡିକୁଦର, ଟୟୋ, ଜାମଡା ମଧ୍ୟରେ ଲୁଟ୍ ବିସ୍ଫୋରକ ଠାବ କରିଛନ୍ତି ସୁରକ୍ଷାବାହିନୀ ।

ମାଟି ତଳେ ପୋତା ହୋଇଥିବା ବିପୁଳ ବିସ୍ଫୋରକ ସାମଗ୍ରୀ ଠାବ ହୋଇଛି । କୋଇଡା ବ୍ଲକ୍ କେବଲାଙ୍ଗ ଥାନା ବାଙ୍କୋ ପଥର ଖଣିରୁ ଗତ ୨୭ ତାରିଖରେ ୨୦୦ ବାରୁଦ ପେଟି ମାଓବାଦୀ ମାନେ ଲୁଟି ନେଇଥିବା ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ଖେଳାଇଥିଲା । ୨୦୯ କୋବରା ବାଟାଲିୟନ, ସିଆର୍‌ପିଏଫ୍‌, ଡିଭିଏଫ୍ ଫୋର୍ସ, ଝାଡଖଣ୍ଡ ଜାଗୁଆର ଓ ଏସଓଜି ଟିମ୍ ଲଗାତାର ଭାବେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ