Masthead

ବିବାଦରେ ବିଜେଡିର ଆଉ ଜଣେ ନେତା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଆଦିବାସୀ ଯୁବକ ଶ୍ରୀକର ମିର୍ଦ୍ଦାଙ୍କ ଅପହରଣ ଘଟଣାକୁ ନେଇ ରାଜନୀତି ଜୋର ଧରିଛି । କଂଗ୍ରେସ ରାସ୍ତାକୁ ଓହ୍ଲାଇଛି । ବଲାଙ୍ଗିର ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ହୋତାଙ୍କୁ ଗିରଫ ଦାବି ସହ ତାଙ୍କୁ ସରପଂଚ ପଦବୀରୁ ବହିଷ୍କାର ପାଇଁ ଦାବି କରିଛି କଂଗ୍ରେସ । ସେପଟେ ଏହାର କାଉଣ୍ଟର ଆଟାକ କରିଛି ବିଜେଡି । ଶ୍ରୀକର ମିର୍ଦ୍ଦା ଅପହରଣ ଘଟଣାରେ ରାଜେନ୍ଦ୍ର ହୋତାଙ୍କ କୌଣସି ସଂପୃକ୍ତି ନଥିବା ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସଫେଇ ଦିଆଯାଇଛି ।

ଏହାକୁ ନେଇ କଂଗ୍ରେସ ହୀନ ରାଜନୀତି କରୁଥିବା କହିଛି ବିଜେଡି । ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀକୁ ଉପଯୁକ୍ତ ଦଣ୍ଡ ମିଳୁ ବୋଲି ବିଜେଡି ପକ୍ଷରୁ ଦାବୀ କରାଯାଇଛି । ତେବେ ଏହି ଘଟଣାକୁ ନେଇ କଂଗ୍ରେସ ରାଜନୀତି କଲେ ଆଗାମୀ ଦିନରେ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି । ସେପଟେ ଏ ନେଇ ଜବାବ ରଖିଛି ଜିଲ୍ଲା କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ