ଭିମସାରରୁ ଆଉ ଜଣେ ବ୍ଲାକ୍ ପଙ୍ଗସ୍ ରୋଗୀ ଚିହ୍ନଟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ବୁର୍ଲା ଭିମସାରରେ ଆଉ ଜଣେ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ । ଉକ୍ତ ରୋଗୀ ଜଣକ ହେଉଛନ୍ତି ବରଗଡ଼ ଜିଲ୍ଲାର ଜଣେ ୩୫ ବର୍ଷୀୟା ମହିଳା। ସେ କରୋନା ରେ ଆକ୍ରାନ୍ତ ହୋଇ ବରଗଡ଼ ସ୍ଥିତ ବିକାଶ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ। କରୋନାରୁ ସୁସ୍ଥ ହେବା ପରେ ଧୀରେ ଧୀରେ ତାଙ୍କ ଆଖିରେ ଗୁରୁତର ସଂକ୍ରମଣ ଦେଖିବାକୁ ମିଳିଥିଲା।

ଚିକିତ୍ସା ପାଇଁ ଶନିବାର ଭିମସାର୍କୁ ଆସିଥିବା ବେଳେ ମ୍ୟୁକର୍ମାଇକୋସିସ୍ ସଂଦେହରେ ଡାକ୍ତର ତାଙ୍କର ଏମଆର୍ଆଇ ସମେତ ବିଭିନ୍ନ ପରୀକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ସେ ଭିମସାର୍ ଚକ୍ଷୁ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ହିଷ୍ଟୋପାଥୋଲଜି ରିପୋର୍ଟକୁ ଅପେକ୍ଷା କରାଯାଇଛି। ପୂର୍ବରୁ ଭିମସାର୍ ଇଏନ୍ଟି ୱାର୍ଡରେ ସେହି ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳର ଆଉ ଜଣେ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିକିତ୍ସିତ ହେଉଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ବ୍ଲାକ ଫଙ୍ଗସ୍ ରୋଗୀ ସଂଖ୍ୟା ୧୬ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’