Masthead

ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଉପକୂଳରେ ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର ହୋଇଛି। ମାତ୍ର ଦୁଇ ଦିନ ମଧ୍ୟରେ ଦୁଇଟି ଡଲଫିନର ମୃତଦେହ ମିଳିବା ପରେ ସାମୁଦ୍ରିକ ଜୀବ ସୁରକ୍ଷାକୁ ନେଇ ଉପକୂଳବାସୀଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ସୂଚନା ଅନୁସାରେ, ରେମୁଣା ବ୍ଲକ ତାଳପଦା ପଞ୍ଚାୟତ ଜାମୁକା ମୁହାଣ ନିକଟରୁ ଦୁଇ ଦିନ ତଳେ ପ୍ରାୟ ୪ ଫୁଟ ଲମ୍ବର ଏକ ଡଲଫିନର ମୃତଦେହ ଉଦ୍ଧାର ହୋଇଥିଲା। ଏବେ ପୁଣି ଭୀଲ୍ଲା ଆଡିଆ ନିକଟ ସମୁଦ୍ରକୂଳରୁ ପ୍ରାୟ ୫ ଫୁଟ ଲମ୍ବର ଆଉ ଏକ ଡଲଫିନର ମୃତଦେହ ମିଳିଛି।

ସମୁଦ୍ରକୂଳରେ ଡଲଫିନର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି। ପ୍ରାଥମିକ ଭାବେ ମାଛଧରା ଟ୍ରଲରର ଆଘାତ ଯୋଗୁଁ ଡଲଫିନଟିର ମୃତ୍ୟୁ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି। ତେବେ ଡଲଫିନର ମୃତ୍ୟୁର ପ୍ରକୃତ କାରଣ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ। ମାତ୍ର ଦୁଇ ଦିନ ବ୍ୟବଧାନରେ ଏବଂ ଅଳ୍ପ ଦୂରତା ମଧ୍ୟରେ ଦୁଇଟି ଡଲଫିନର ମୃତଦେହ ମିଳିବା ଘଟଣା ସାମୁଦ୍ରିକ ଜୀବଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛି। ଘଟଣାର ଅଧିକ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ବନ ବିଭାଗ ନିକଟରେ ଦାବି ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ