Masthead

ଶିକାରୀ ଗୁଳିରେ ଆଉ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ପୁଣି ଶିକାରୀ ଗୁଳିରେ ବନ କର୍ମଚାରୀଙ୍କ ମୃତ୍ୟୁ। ମେ ମାସ ୨୨ ତାରିଖରେ ଶିମିଳିପାଳରେ ଶିକାରୀ ଓ ବନ କର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ଫରେଷ୍ଟ ଗାର୍ଡ ବିମଳ କୁମାର ଜେନା ଜୀବନ ହରାଇଥିଲେ। ଘଟଣାକୁ ମାସେ ନ ପୁରୁଣୁ ଆଉ ଜଣଙ୍କ ଜୀବନ ଯାଇଛି । ବାର୍ହାକାମୁଡା ରେଞ୍ଜର ଭାରପ୍ରାପ୍ତ ରେଞ୍ଜର ମାଟି ହାଁସଦା ଶିକାରି ଗୁଳିରେ ମୃତ୍ୟୁବରଣ କରିଛନ୍ତି। ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ ନିକଟରେ ପେଟ୍ରୋଲିଂ କରୁଥିବା ବେଳେ ଶିକାରୀ ଏବଂ ବନକର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ।

ଗୁଳି ଭାରପ୍ରାପ୍ତ ରେଞ୍ଜର ମାଟି ହାଁସଦାଙ୍କ ଛାତିରେ ବାଜିଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ କରଞ୍ଜିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ତେବେ ୬ ବନ କର୍ମଚାରୀ ଓ ୬ ଶିକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ଘଟଣା ସ୍ଥଳରୁ ଗୋଟିଏ ବନ୍ଧୁକ ଜବତ ହୋଇଥିବାବେଳେ ଶିକାରୀମାନେ ଫେରାର ହୋଇଯାଇଛନ୍ତି । କରଞ୍ଜିଆ ଡାକ୍ତରଖାନାରେ ଉତ୍ତର ଶିମିଳିପାଳର ଡେପୁଟି ଡାଇରେକ୍ଟର ସାଈ କିରଣ ଡି ଏନ, କରଞ୍ଜିଆ ବନଖଣ୍ଡ ଅଧିକାରୀ ଶ୍ରୀକାନ୍ତ ନାଏକ, କରଞ୍ଜିଆ ଉପଖଣ୍ଡ ପୋଲିସ ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି । ଅନ୍ୟପଟେ ଏଇ ଘଟଣାକୁ ପୋଲିସ ଗୁରୁତର ସହିତ ନେଇ ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ଚଢାଉ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି