ଅନନ୍ତନାଗରେ ଆଉ ଜଣେ ଯବାନ ସହିଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ଅନନ୍ତନାଗରେ ଆଉ ଜଣେ ଯବାନ ସହିଦ । ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ଆଉ ଜଣେ ସହିଦ ହୋଇଛନ୍ତି । ସେନା ଓ ପୋଲିସ ପକ୍ଷରୁ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି । ଅନନ୍ତନାଗ କୋକେରନାଗରେ ୩ ଦିନରେ ୪ ଯବାନ ସହିଦ୍ ହୋଇଛନ୍ତି । ଗତ ୧୩ ତାରିଖରେ ୩ ସୁରକ୍ଷାକର୍ମୀ ସହିଦ ହୋଇଥିଲେ । ଏବେବି ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି । ଡ୍ରୋନ୍ ସାହାଯ୍ୟରେ ଆତଙ୍କବାଦୀଙ୍କ ଉପରେ ନଜର ରଖାଯାଉଛି ।

ପୁରା ଅଂଚଳକୁ ସେନା ଛାଉଣି କରାଯାଇଛି । ପାହାଡ ଉପରେ ସଶକ୍ତ ହେରୋନ୍ ଡ୍ରୋନ୍ ଘୁରିବୁଲୁଥିବାବେଳେ ଚାରିଆଡେ ପାରା କମାଣ୍ଡୋ ଛାଉଣୀ ହୋଇଛନ୍ତି । ଜମ୍ମୁକାଶ୍ମୀର ଡିଜିପି ଦିଲବାଜ୍ ସିଂହ ଓ ଏଡିଜିପି ବିଜୟ କୁମାର କହିଛନ୍ତି , ‘ସେନା ପୁରା ଆକ୍ସନ ମୋଡରେ ଅଛି । ଶୁକ୍ରବାର ଶେଷ ସୁଦ୍ଧା ସମସ୍ତ ଆତଙ୍କବାଦୀଙ୍କୁ ନିପାତ କରିବାକୁ ଆମେ ପଣ କରିଛୁ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’