Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ । ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା କରାଇବ। ଏହାଦ୍ବାରା ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହାବ୍ୟତୀତ, ଅନୁଗୁଳ, ଯାଜପୁର, ବାଲେଶ୍ବର , ଭଦ୍ରକ, ଦେବଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବ। ୩୦ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର-ଶୁକ୍ରବାର ବର୍ଷାର ପ୍ରକୋପ ବଢ଼ିବ। ସାରା ରାଜ୍ୟରେ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ