Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏନେଇ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖରେ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଯେଉଁଥିପାଇଁ ୮ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଲଘୁଚାପ ସହ ୧୪ ତାରିଖ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବର୍ଷା ବଢିବା ସହ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ରହିବ । ବର୍ଷାକୁ ଦୃଷ୍ଟିରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ