Masthead

ପୁଣି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୭ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ୭ ଦିନରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ୧୧ ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ୪୮ ଘଣ୍ଟାରେ ତାହା ଅଧିକ ଘନୀଭୂତ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ।

ଏହା ପ୍ରଭାବରେ ୧୧ ତାରିଖରୁ ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି । ୧୨ ଓ ୧୩ରେ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ୧୧ ତାରିଖ ଦିନ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୨ରେ ଗଞ୍ଜମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ