Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଦଶହରାକୁ ବାତ୍ୟା ଫିକା କରିବାର ଯେଉଁ ଭୟ ଥିଲା ତାହା ଅନେକାଂଶରେ ଦୂର ହୋଇଛି । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଓଡ଼ିଶାକୁ ମୁହାଁଇବ। କିନ୍ତୁ ଏହା ଅଧିକ ଘନୀଭୂତ ନହୋଇ ବୋଲି ଅବପାତରେ ସୀମିତ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ଅଧିକ ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ କ୍ଷୀଣ। ହେଲେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୭ରୁ ୧୯ ତାରିଖ ମଧ୍ୟରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି।

ପାଣିପାଗ ବିଶେଷଜ୍ଞ କହିଛନ୍ତି, ଆକଳନରୁ ଜଣାପଡ଼ୁଛି ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ୧୩ ତାରିଖ ପର୍ୟ୍ୟନ୍ତ ପ୍ରାୟ ସେହି ସ୍ଥାନରେ ହିଁ ରହିବ। ୧୩ ତାରିଖରେ ଲଘୁଚାପ କ୍ଷେତ୍ର ହୋଇ ୧୫ତାରିଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୧୭ତାରିଖ ସକାଳେ ଅବପାତରେ ପରିଣତ ହୋଇ ୧୮ ସଂଧ୍ୟା ପର୍ୟ୍ୟନ୍ତ ସେହି ଅବସ୍ଥାରେ ରହିବ। ଅବପାତରେ ପରିଣତ ପରେ ୧୭ସଂଧ୍ୟାରୁ ୧୮ ସଂଧ୍ୟା ମଧ୍ୟରେ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ