Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏନେଇ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖରେ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଯେଉଁଥିପାଇଁ ୮ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଲଘୁଚାପ ସହ ୧୪ ତାରିଖ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବର୍ଷା ବଢିବା ସହ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ରହିବ । ବର୍ଷାକୁ ଦୃଷ୍ଟିରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ