Masthead

୨୦ ତାରିଖ ଯାଏଁ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୧୮ରେ ମାଲକାନଗିରି, କୋରାପୁଟ; ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ଜାରି ।୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ଆକଳନ କହୁଛି, ଆଜି ମାଲକାନଗିରି ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ବର୍ଷା ହେବ । ୨୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୯ ତାରିଖରେ କୋରାପୁଟ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ବଲାଙ୍ଗିର ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ