Masthead

୨୦ ତାରିଖ ଯାଏଁ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୧୮ରେ ମାଲକାନଗିରି, କୋରାପୁଟ; ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ଜାରି ।୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ଆକଳନ କହୁଛି, ଆଜି ମାଲକାନଗିରି ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ବର୍ଷା ହେବ । ୨୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୯ ତାରିଖରେ କୋରାପୁଟ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ବଲାଙ୍ଗିର ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ