Masthead

ପୁଣି ଆସୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ ।

ପରବର୍ତ୍ତି ଦୁଇ ଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡେ ମୁହାଁଇବ ବୋଲି ଆକଳନ କରାଯାଇଛି । ଏହାର ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷାର ସମ୍ଭବନା ରହିଛି । ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ । ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ଆଇଏମଡି ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ