Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ୪ରୁ ୬ ମଧ୍ୟରେ ହେବ ଆଉ ଏକ ଲଘୁଚାପ । ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଶେଷଜ୍ଞଙ୍କ ଆକଳନ । ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହେବ ଲଘୁଚାପ । ୪ ତାରିଖ ଯାଏଁ ଉତ୍ତର ପଶ୍ଚିମରେ ପ୍ରବଳ ବର୍ଷା ଆଲର୍ଟ । ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବେଶୀ ବର୍ଷା ହୋଇପାରେ । ଜୁଲାଇ ୫ରୁ ବର୍ଷା ପରିମାଣ କମିପାରେ ।

ହେଲେ ସମଗ୍ର ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି । ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ ପ୍ରବଳରୁ ପ୍ରବଳତର ବର୍ଷା ସହ ଘଡ଼ଘଡ଼ି ଏବଂ ୩୦-୪୦ କିମି ପବନ ବହିପାରେ ।

ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ଅନୁଗୁଳ, ଦେବଗଡ଼ରେ ସ୍ଥାନେ ସ୍ଥାନେ ବଜ୍ରପାତ, ପବନ ସହ ପ୍ରବଳ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳରେ ବଜ୍ରପାତ ଓ ପବନ ହୋଇପାରେ । ବୁଧବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ସମେତ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବେଶି ବର୍ଷା ଆଶଙ୍କା ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ