Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ୪ରୁ ୬ ମଧ୍ୟରେ ହେବ ଆଉ ଏକ ଲଘୁଚାପ । ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଶେଷଜ୍ଞଙ୍କ ଆକଳନ । ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହେବ ଲଘୁଚାପ । ୪ ତାରିଖ ଯାଏଁ ଉତ୍ତର ପଶ୍ଚିମରେ ପ୍ରବଳ ବର୍ଷା ଆଲର୍ଟ । ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବେଶୀ ବର୍ଷା ହୋଇପାରେ । ଜୁଲାଇ ୫ରୁ ବର୍ଷା ପରିମାଣ କମିପାରେ ।

ହେଲେ ସମଗ୍ର ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି । ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ ପ୍ରବଳରୁ ପ୍ରବଳତର ବର୍ଷା ସହ ଘଡ଼ଘଡ଼ି ଏବଂ ୩୦-୪୦ କିମି ପବନ ବହିପାରେ ।

ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ଅନୁଗୁଳ, ଦେବଗଡ଼ରେ ସ୍ଥାନେ ସ୍ଥାନେ ବଜ୍ରପାତ, ପବନ ସହ ପ୍ରବଳ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳରେ ବଜ୍ରପାତ ଓ ପବନ ହୋଇପାରେ । ବୁଧବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ସମେତ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବେଶି ବର୍ଷା ଆଶଙ୍କା ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ