Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା  ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ! ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହେବ । ପରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ୧୭ ତାରିଖ ଯାଏ  ପ୍ରବଳ ବର୍ଷା ଲାଗି ରହିବ । ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି ।  ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର  ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ  ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ  ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ  ନେବ । କେନ୍ଦ୍ରୀୟ  ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ  ପରିମାଣର ବର୍ଷା ହୋଇପାରେ ।

ପଶ୍ଚିମ  ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ  ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।  ୧୪  ତାରିଖ ଭିତରେ ବଙ୍ଗୋସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ । ଆସନ୍ତା ୧୦  ଦିନ ଯାଏ କେବଳ ପରିଚଳନ ଜନିତ ସ୍ୱଳ୍ପ ବର୍ଷା  ହୋଇପାରେ । ୬  ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୭ ତାରିଖରେ  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ  ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ