Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧  ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ  ସୃଷ୍ଟି ହୋଇପାରେ । ଲଘୁଚାପ ପରେ ଏହା ଉତ୍ତର  ପଶ୍ଚିମ ଦିଗରେ ମୁହାଁଇବ । ପରେ ଏହା ତାମିଲନାଡୁ  ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ । ୨୩  ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ  ଅବପାତ ରୂପ ନେବ ବୋଲି କିଛି ପାଣିପାଗ ବିଭାଗ  ଆକଳନ କରିଛନ୍ତି । କିନ୍ତୁ ଓଡ଼ିଶା ଉପରେ ଏହାର  କୌଣସି ପ୍ରଭାବ ରହିବନି ବୋଲି  ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହି ଲଘୁଚାପ  କେତେ ଘନୀଭୂତ ହେବ ଓ ଏହା ନିର୍ଦ୍ଦିଷ୍ଟ ଭାବେ  କେଉଁ ଆଡ଼କୁ ଯିବ, ତାହା ଏବେଠାରୁ କହିହେବନି ।  ଲଘୁଚାପ ସୃଷ୍ଟି ହେବା ପରେ ଏହାର ସ୍ପଷ୍ଟ ଚିତ୍ର  ଆସିବ । କିନ୍ତୁ ମଡେଲ ଅନୁସାରେ ଏହା ଅବପାତରେ  ପରିଣତ ହେଲେ ବି ଓଡ଼ିଶା ଉପରେ କୌଣସି  ପ୍ରଭାବ ରହିବନି । ଆସନ୍ତା ସପ୍ତାହେ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ  ଓ କୌଣସି ସ୍ଥାନରେ ବର୍ଷା ସମ୍ଭାବନା ନାହିଁ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ