Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ବାତ୍ୟା ମୋନ୍ଥା ପରେ ଏବେ ପୁଣି ଚିନ୍ତା ବଢାଇଲାଣି ଆଉ ଏକ ଲଘୁଚାପ । ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ନଭେମ୍ବର ୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଏହି ଲଘୁଚାପ ।

ଏବେ ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଆସନ୍ତାକାଲି ତାହା ଲଘୁଚାପରେ ପରିଣତ ହୋଇପାରେ । ଆଣ୍ଡାମାନ ସାଗରକୁ ଆସି ଲଘୁଚାପର ରୂପ ନେବ ଏହି ଘୂର୍ଣ୍ଣିବଳୟ । ବଡ଼ କଥା ହେଉଛି ଲଘୁଚାପରେ ପରିଣତ ହେବା ପରେ ପରବର୍ତ୍ତୀ ୨-୩ ଦିନରେ ପୂର୍ବ ବଙ୍ଗୋପସାଗରକୁ ଗତି କରିବାର ସମ୍ଭାବନା ରହିଛି । ଫଳରେ ଏହା ଓଡ଼ିଶା ମୁହାଁ ହୋଇପାରେ । ତେବେ ଓଡ଼ିଶା ପ୍ରତି କେତେ ବିପଦ ରହିବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ କରିବ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ