Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିଛି । ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଆହୁରି ବଢ଼ିପାରେ। ୧୩ରୁ ୧୫ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ ।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ହେଲେ ଉତ୍ତର ଓଡ଼ିଶାର ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଆଶଙ୍କା ରହିଛି। ବିଶେଷ କରି ମହାନଦୀର ତଳ ଓ ଉପରମୁଣ୍ଡରେ ବେଶି ବର୍ଷା ସମ୍ଭାବନା ଅଛି । କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ  କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ୨୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ