Masthead

ଅକ୍ଟୋବର ୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ପହିଲା ବେଳକୁ ନେଇପାରେ ଲଘୁଚାପର ରୂପ ।  ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।   ଅକ୍ଟୋବର ୧ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହା ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା  ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥର ଦଶହରାକୁ ବର୍ଷା ଭିଜାଇପାରେ ବୋଲି ଆଶଙ୍କା ଦେଖାଦେଇଛି ।

ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ  ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର  ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର  ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି,  କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,  କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି । ଏହି ଜିଲ୍ଲାର ଗୋଟିଏକୁ  ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ  କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟ,  ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ  ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ  କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ  ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବାର ସମ୍ଭାବନା ରହିଛି । ସେହିପରି ଦଶହରା  ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା,  କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି,  କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା,  ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି  ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି  ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର,  କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି