Masthead

୨୫ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବ ।  ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ  ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ  ଘୂର୍ଣ୍ଣିବଳୟ ଅଛି ।

ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫  ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି  ହେବା ସମ୍ଭାବନା ଅଛି ।  ରାଜ୍ୟର ଅଧିକାଂଶ  ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା  ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ  ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଯାଜପୁର, ଖୋର୍ଦ୍ଧା,  ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର,  ମୟୂରଭଞ୍ଜ ଏବଂ ଢେଙ୍କାନାଳର ସ୍ଥାନେ ସ୍ଥାନେ ପ୍ରବଳ  ବର୍ଷା ଏବଂ ଘଡ଼ଘଡ଼ି ଆଶଙ୍କା ଅଛି ।

ବାଲେଶ୍ୱର, ଭଦ୍ରକ,  ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ସୋନପୁର, ବୌଦ୍ଧ,  ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,  ରାୟଗଡ଼ା, କୋରାପୁଟ ଏବଂ ମାଲକାନଗରିରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ୨୩, ୨୪ ତାରିଖରେ ଅନେକ  ସ୍ଥାନରେ ବର୍ଷା ଏବଂ ଉତ୍ତର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା  ସମ୍ଭାବନା ଅଛି । ୨୫ରୁ ବର୍ଷା ପରିମାଣ ଆହୁରି ବଢ଼ିବ । ୨୫  ଓ ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ ।  ୨୫ରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  ଥିବାବେଳେ ୨୬ରେ ଦକ୍ଷିଣରେ ପ୍ରବଳ ବର୍ଷା ଢାଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ