Masthead

ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି

କୋଲକାତା (ବଡ଼ ଖବର ବ୍ୟୁରୋ): ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି । ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ କୋଲକାତାରେ ବିମାନର ଅବତରଣ । ସାନ ଫ୍ରାନସିସ୍କୋରୁ ମୁମ୍ବାଇ ଅଭିମୁଖେ ଆସୁଥିଲା ବିମାନ । ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ କୋଲକାତାରେ ଓହ୍ଲାଇଲେ । ବିମାନର ଇଞ୍ଜିନର ଟେକ୍ନିକାଲ ଅସୁବିଧା ଯୋଗୁ ବିମାନକୁ ରହିବାକୁ ପଡିଛି । ଯାତ୍ରୀମାନଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି ।

ଏୟାରଇଣ୍ଡିଆର ବିମାନ ଏଆଇ୧୮୦ ଗତକାଲି ରାତି ୧୨ ଟା ୪୫ ମିନିଟ ସମୟରେ କୋଲକାତାରେ ଅବତରଣ କରିଥିଲା । ପରେ ଇଞ୍ଜିନରେ ତ୍ରୁଟି ଯୋଗୁ ବିମାନ ସେଠାରୁ ମୁମ୍ବାଇକୁ ଉଡାଣ ଭରିବାରେ ବିଳମ୍ବ ହୋଇଥିଲା । ପରେ ଭୋର ୫ଟା ୨୦ ମିନିଟ ସମୟରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଯିବାକୁ କୁହାଯାଇଥିଲା । ବିମାନର ସୁରକ୍ଷା ଦୃଷ୍ଟିରୁ ଯାତ୍ରୀଙ୍କୁ ଓହ୍ଲାଇଯିବାକୁ ପାଇଲଟ ଅନୁରୋଧ କରିଥିଲେ । ବାରମ୍ବାର ଏୟାରଇଣ୍ଡିଆ ବିମାନରେ ତ୍ରୁଟି ଯୋଗୁ ଯାତ୍ରୀଙ୍କୁ ହନ୍ତସସ୍ତ ହେବାକୁ ପଡୁଛି ।

ଗତକାଲି ହଂକଂରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନ ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହଂକଂ ଫେରିଥିଲା । ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନ୍‌ର ବିମାନ ଫ୍ଲାଇଟ୍ ଏଆଇ ୩୧୫ ଠିକ୍‌ ସମୟରେ ହଂକଂରୁ ଉଡ଼ାଣ ଭରିଥିଲା । କିନ୍ତୁ ଉଡ଼ାଣ ପରେ କିଛି ସମୟ ମଧ୍ୟରେ ପାଇଲଟ୍‌ଙ୍କୁ ସିଷ୍ଟମ୍‌ରେ ସମ୍ଭାବ୍ୟ ତ୍ରୁଟିର ସଙ୍କେତ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ