Masthead

ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି

କୋଲକାତା (ବଡ଼ ଖବର ବ୍ୟୁରୋ): ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି । ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ କୋଲକାତାରେ ବିମାନର ଅବତରଣ । ସାନ ଫ୍ରାନସିସ୍କୋରୁ ମୁମ୍ବାଇ ଅଭିମୁଖେ ଆସୁଥିଲା ବିମାନ । ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ କୋଲକାତାରେ ଓହ୍ଲାଇଲେ । ବିମାନର ଇଞ୍ଜିନର ଟେକ୍ନିକାଲ ଅସୁବିଧା ଯୋଗୁ ବିମାନକୁ ରହିବାକୁ ପଡିଛି । ଯାତ୍ରୀମାନଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି ।

ଏୟାରଇଣ୍ଡିଆର ବିମାନ ଏଆଇ୧୮୦ ଗତକାଲି ରାତି ୧୨ ଟା ୪୫ ମିନିଟ ସମୟରେ କୋଲକାତାରେ ଅବତରଣ କରିଥିଲା । ପରେ ଇଞ୍ଜିନରେ ତ୍ରୁଟି ଯୋଗୁ ବିମାନ ସେଠାରୁ ମୁମ୍ବାଇକୁ ଉଡାଣ ଭରିବାରେ ବିଳମ୍ବ ହୋଇଥିଲା । ପରେ ଭୋର ୫ଟା ୨୦ ମିନିଟ ସମୟରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଯିବାକୁ କୁହାଯାଇଥିଲା । ବିମାନର ସୁରକ୍ଷା ଦୃଷ୍ଟିରୁ ଯାତ୍ରୀଙ୍କୁ ଓହ୍ଲାଇଯିବାକୁ ପାଇଲଟ ଅନୁରୋଧ କରିଥିଲେ । ବାରମ୍ବାର ଏୟାରଇଣ୍ଡିଆ ବିମାନରେ ତ୍ରୁଟି ଯୋଗୁ ଯାତ୍ରୀଙ୍କୁ ହନ୍ତସସ୍ତ ହେବାକୁ ପଡୁଛି ।

ଗତକାଲି ହଂକଂରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନ ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହଂକଂ ଫେରିଥିଲା । ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନ୍‌ର ବିମାନ ଫ୍ଲାଇଟ୍ ଏଆଇ ୩୧୫ ଠିକ୍‌ ସମୟରେ ହଂକଂରୁ ଉଡ଼ାଣ ଭରିଥିଲା । କିନ୍ତୁ ଉଡ଼ାଣ ପରେ କିଛି ସମୟ ମଧ୍ୟରେ ପାଇଲଟ୍‌ଙ୍କୁ ସିଷ୍ଟମ୍‌ରେ ସମ୍ଭାବ୍ୟ ତ୍ରୁଟିର ସଙ୍କେତ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି